ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ଆଜି କରାଯିବ କାରକେଡ ରିହରସେଲ

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆସନ୍ତାକାଲି ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଗସ୍ତ କରି ୧୯ ହଜାର ୬ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସରେ କରିବେ ।

ଭୁବନେଶ୍ୱର(କେନ୍ୟୁଜ) : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆସନ୍ତାକାଲି ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଗସ୍ତ କରି ୧୯ ହଜାର ୬ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସରେ କରିବେ । ତୈଳ, ଗ୍ୟାସ, ରେଳବାଇ, ସଡ଼କ ପରିବହନ, ଜାତୀୟ ରାଜପଥ ଓ ଆଣବିକ ଶକ୍ତି ସମ୍ପର୍କିତ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ହେବ ।

ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣବ ଉପସ୍ଥିତ ରହିପାରନ୍ତି। ପରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେବେ। ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ସଭାସ୍ଥଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ।

ମୁତୟନ ହେବେ ୧୨ ପ୍ଲାଟୁନ ପୋଲିସ ଫୋର୍ସ। ବିମାନବନ୍ଦର ଓ ରାଜଭବନକୁ ହାଇ ସିକ୍ୟୁରିଟ ଜୋନରେ ରଖାଯାଇଛି । ଚଣ୍ଡିଖୋଲ ନିକଟ ବେଣାପୁର ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ଼ ଓ ସାଧାରଣ ସଭାର ଆୟୋଜନ କରାଯାଇଛି । ପୋଲିସ ଡିଜି ଅରୁଣ ଷଡଙ୍ଗୀ ବେଣାପୁର ପଡିଆ ଗସ୍ତ କରି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ଆଜି କାରକେଡ ରିହରସେଲ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.