Below header

ରାଜ୍ୟରେ ହାତୀ ମୃତ୍ୟୁ ସମ୍ପର୍କିତ ମାମଲା: ଜଏଣ୍ଟ ଟାସ୍କ ଫୋର୍ସ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ(କେନ୍ୟୁଜ୍):ରାଜ୍ୟରେ ହାତୀ ମୃତ୍ୟୁ ସମ୍ପର୍କିତ ମାମଲାରେ ଜଏଣ୍ଟ ଟାସ୍କ ଫୋର୍ସ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ । ଆସନ୍ତା ୧୫ ତାରିଖରେ ମାମଲାର ହେବ ପରବର୍ତ୍ତୀ ଶୁଣାଣି ହେବ । ଜଏଣ୍ଟ ଟାସ୍କ ଫୋର୍ସର ସମସ୍ତ ସଦସ୍ୟ ପରବର୍ତ୍ତୀ ଶୁଣାଣିରେ ଭିଡ଼ିଓ କନଫରେନ୍ସରେ ଉପସ୍ଥିତ ରହିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ହାତୀଙ୍କ ସୁରକ୍ଷା ନେଇ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି । ମାତ୍ର କମୁନାହିଁ ହାତୀ ମୃତ୍ୟୁ । ହାତୀ ମୃତ୍ୟୁ ପ୍ରସଙ୍ଗକୁ ହାଇକୋର୍ଟ ଗୁରୁତ୍ୱର ଭାବେ ଗ୍ରହଣ କରିଛନ୍ତି । ହାତୀ ସୁରକ୍ଷା ସମ୍ପର୍କିତ ମାମଲାର ଶୁଣାଣି କରି କୋର୍ଟ ସତ୍ୟପାଠ ମାଧ୍ୟମରେ ରିପୋର୍ଟ ଦାଖଲ କରିବାକୁ ପୂର୍ବ ଶୁଣାଣିରେ କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ହାତୀ ମୃତ୍ୟୁ ଘଟଣାରେ କେତେଗୋଟି ଫୌଜଦାରୀ ମାମଲା ରୁଜୁ କରାଯାଇଛି? କେତେ ଜଣଙ୍କୁ ଏହି ମାମଲାରେ ଗିରଫ କରାଯାଇଛି ? ଏବଂ ଗିରଫ ପରେ ମାମଲାର କଣ ଅଗ୍ରଗତି କରାଯାଇଛି ? ସେନେଇ ସତ୍ୟପାଠ ମାଧ୍ୟମରେ କୋର୍ଟଙ୍କୁ ଅବଗତ କରିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ରାଜ୍ୟ ସରକାର ଗଠନ କରିଥିବା JTF(ଜଏଣ୍ଟ ଟାକ୍ସଫୋର୍ସ)ର ଅତିରିକ୍ତ ଏସପିଙ୍କୁ ସତ୍ୟପାଠ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ବିଶେଷକରି ହାତୀ ମୃତ୍ୟୁ ରୋକିବା ପାଇଁ କଣ କଣ ଆକ୍ସନ ପ୍ଲାନ କରାଯାଇଛି ? ସେନେଇ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରିଣୀ ଗୀତା ରାଉତଙ୍କ ଆବେଦନକୁ ସମ୍ପର୍କରେ ଆଜି ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ ମୁରଲୀଧର ଓ ଜଷ୍ଟିସ ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.