ରାଜ୍ୟ

ବାହାନଗା ବଜାର ରେଳ ଦୁର୍ଘଟଣାରେ ସିବିଆଇର ଚାର୍ଜସିଟ ଦାଖଲ

ବାହାନଗା ବଜାର ରେଳ ଦୁର୍ଘଟଣାରେ ସିବିଆଇର ଚାର୍ଜସିଟ ଦାଖଲ। ରେଳବାଇର ତିନି ଗିରଫ ଅଧିକାରୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ କଲା ତଦନ୍ତକାରୀ ସଂସ୍ଥା। ତତ୍କାଳୀନ ସିଗ୍ ନାଲ ଇନ୍ ଚାର୍ଜ ଅରୁଣ କୁମାର ମହାନ୍ତ, ସୋର ସିଗ୍ ନାଲ ଇନ୍ ଚାର୍ଜ ଅମୀର ଖାନ ଓ ଟେକନିସିଆନ ପପୁ କୁମାରଙ୍କ ନାଁରେ ଚାର୍ଜସିଟ ଦାଖଲ ହୋଇଛି।

ଆଇପିସିର ଧାରା ୩୦୪ର ସବସେକ୍ସନ ୨ ଏବଂ ରେଳବାଇର ଧାରା ୩୪ ଓ ୨୦୧ରେ ତିନି ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରି ଚାର୍ଜସିଟ ଦାଖଲ କରାଯାଇଛି। ଏହି ତିନି ଅଧିକାରୀଙ୍କୁ ଜୁଲାଇ ୭ତାରିଖରେ ଗିରଫ କରାଯାଇଥିଲା ।

ଜୁନ ୨ତାରିଖରେ ବାଲେଶ୍ବର ଜିଲ୍ଲା ବାହାନଗା ବଜାର ରେଳ ଷ୍ଟେସନ ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ଜୁନ ୩ତାରିଖରେ ଜିଆରପି ବାଲେଶ୍ବର ମାମଲା ରୁଜୁ କରିଥିଲା।

ପରେ ରାଜ୍ୟ ସରକାରଙ୍କ ସମ୍ମତିରେ ଓ ରେଳବାଇର ଅନୁରୋଧ ପରେ ଜୁନ ୬ତାରିଖରେ ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରାଯାଇଥିଲା। ଦୁର୍ଘଟଣାରେ ୨୯୫ ଜଣ ପ୍ରାଣ ହରାଇଥିଲେ। ଏହା ପଛରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ନେଇ ତଦନ୍ତ କରିଥିଲା ସିବିଆଇ।

Niharanjan

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

15 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

22 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

38 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

43 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

57 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago