Below header

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଓଡ଼ିଶା ସାହିତ୍ୟ ଏକାଡେମୀର ୬୧ତମ ସ୍ୱନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀର ୬୧ତମ ସ୍ୱନକ୍ଷତ୍ର ଦିବସ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ପାଳିତ ହୋଇଛି। କାର୍ୟ୍ୟକ୍ରମରେ ଓଡ଼ିଆ ଭାଷା ଓ ସାହିତ୍ୟର ବିଭିନ୍ନ ଦିଗ ସହ ଅନୁଷ୍ଠାନର ୬୦ବର୍ଷର ଯାତ୍ରା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ଗୋବିନ୍ଦ ଚନ୍ଦ୍ର ମହାପାତ୍ରଙ୍କ ରଚିତ ବନପର୍ବ ଓ ଶଲ୍ୟ-ସୌପ୍ତିବ ପର୍ବ ପୁସ୍ତକ ଉନ୍ମୋଚିତ ହୋଇଛି। ତା’ସହ ରାଜ୍ୟସ୍ତରୀୟ କବିତା ଆବୃତ୍ତି ଓ ପ୍ରବନ୍ଧ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଯୋଗ ଦେଇଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ବିଜୟ କୁମାର ନାୟକ , ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହରିହର ମିଶ୍ର, ସଚିବ ଜୟନ୍ତ ରଥ ପ୍ରମୁଖ ଉପସ୍ଥିତ ଥିଲେ। ଆଜି ବିଶିଷ୍ଟ ସାହିତ୍ୟିକ ରମାକାନ୍ତ ରଥଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.