ଦ୍ରୌପଦୀ ମୁର୍ମୁଙ୍କ ବିଜୟ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ବାସଭବନରେ ଉତ୍ସବର ମାହୋଲ

କେନ୍ୟୁଜ୍(ବ୍ୟୁରୋ):  ଦ୍ରୌପଦୀ ମୁର୍ମୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚିତ ହେବାକୁ ଯାଉଛନ୍ତି। ଏହା ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ବାସଭବନରେ ଉତ୍ସବର ମାହୋଲ। ପ୍ରଥମ ଓଡ଼ିଆ ଏବଂ ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେବାକୁ ଯାଉଛନ୍ତି। ଏହା ସବୁ ଓଡ଼ିଆଙ୍କ ପାଇଁ ଏକ ଆନନ୍ଦର କ୍ଷଣ। ଦିଲ୍ଲୀର ପ୍ରବାସୀ ଓଡ଼ିଆ ଭାଇ ଭଉଣୀ କେନ୍ଦ୍ରମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏକାଠି ହୋଇ ସେଠାରେ ପାରମ୍ପରିକ ନୃତ୍ୟ ଗୀତରେ ଝୁମିଛନ୍ତି।

ଖୋଦ୍‌ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଉତ୍ସବରେ ସାମିଲ ହୋଇ ଖୁସିରେ ସାମିଲ ହୋଇଛନ୍ତି। ଆଜି ଦେଶ ପାଇଁ ଏକ ଐତିହାସିକ ଦିନ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୟୂରଭଞ୍ଜ ଜିଲ୍ଲାର ଏକ ସାଧାରଣ ଜନଜାତି ପରିବାରରୁ ଆସି ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅଳଙ୍କୃତ କରିବାକୁ ଯାଉଥିବାରୁ ସମାଜର ବଞ୍ଚିତ, ମହିଳା, ଜନଜାତି ତଥା ଓଡ଼ିଶା ସମେତ ପୂର୍ବ ଭାରତରେ ଅପୂର୍ବ ଆନନ୍ଦର ଲହରୀ ଖେଳିଯାଇଛି ବୋଲି ସେ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.