ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ, ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ ପାଳିତ l ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି l ବିଦ୍ୟାଳୟର ଯାହା ଅସୁବିଧା ରହିଛି ତା ଉପରେ ଡିପିଆର ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ କହିଥିଲେ l ଉତ୍ସବରେ ଭୀମପୁର ଗାଁର ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l