୫ ରାଜ୍ୟରେ ବଢୁଛି  କରୋନା କେସ୍, ସତର୍କ ରହିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଚିଠି

କେନ୍ୟୁଜ୍(ବ୍ୟୁରୋ):  ୫ ରାଜ୍ୟରେ ବଢୁଛି  କରୋନା କେସ୍ । ସତର୍କ ରହିବାକୁ ଏସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ। ଦିଲ୍ଲୀ , ହରିୟାଣା, ମହାରାଷ୍ଟ୍ର, କେରଳ  ଓ ମିଜୋରାମ୍ ମୁଖ୍ୟ ଶାସନ ସଚିବ ମାନଙ୍କୁ ସତର୍କ ରହିବାକୁ  ଚିଠିରେ ଉଲ୍ଲେଖ ରିହିଛି।

ଗତକାଲି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବାବେଳେ ଆଜି ୧୧ ଶହ ଉପରେ ରହିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୦୯ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ  ୪୩ ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୩,୦୬୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୫୭୩ରେ ପହଞ୍ଚିଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.