Below header

ଓଡ଼ିଶାରେ ବିଜେପିର କେନ୍ଦ୍ରୀୟ ନେତୃତ୍ବ, ମନ୍ତ୍ରୀ ଏସ ଜୟଶଙ୍କରଙ୍କ ପରେ ଆସିବେ ଜେପି ନଡ୍ଡା

ପଛକୁ ପଛ ଓଡ଼ିଶା ଆସୁଛନ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ । ଭୁବନେଶ୍ବରରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର । ଆଜିି ଠାରୁ ୨ ଦିନିଆ ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ।

ପଛକୁ ପଛ ଓଡ଼ିଶା ଆସୁଛନ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ । ଭୁବନେଶ୍ବରରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର । ଆଜିି ଠାରୁ ୨ ଦିନିଆ ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ । ଭୁବନେଶ୍ବର, କଟକ ଓ ସମ୍ବଲପୁର କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ଭୁବନେଶ୍ବରରେ କାର୍ଯ୍ୟକ୍ରମ ପରେ ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ପରେ ଅପରାହ୍ନରେ ସମ୍ବଲପୁରରେ ଯାଇ ବୁଦ୍ଧିଜୀବୀ ସମ୍ମିଳନୀ କରିବେ । ସେହିପରି ୫ ତାରିଖରେ ପୁଣି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଜେପି ନଡ୍ଡାଙ୍କ ଏହା ଦ୍ବିତୀୟ ଗସ୍ତ । ଆସନ୍ତାକାଲି ଅପରାହ୍ନ ୩ଟା ବେଳେ ଭୁବନେଶ୍ବରରେ ପହଞ୍ଚିବେ ନଡ୍ଡା । ଦଳର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିବା ସହ ଭୁବନେଶ୍ୱରରେ କର୍ମକର୍ତ୍ତାଙ୍କ ସହ ନିର୍ବାଚନୀ ରଣନୀତି ନେଇ ଆଲୋଚନା କରିବେ । ପରେ କଟକ ଯାଇ ଦଳୀୟ ନେତା ଓ କର୍ମୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.