Categories: ରାଜ୍ୟ

କଳିଙ୍ଗ ଷ୍ଟାଡିୟମରେ କ୍ଷୟକ୍ଷତି ବୁଲି ଦେଖିଲେ କେନ୍ଦ୍ରୀୟ ଟିମ୍‌

ବାତ୍ୟା ଫନିର ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଛି କଳିଙ୍ଗ ଷ୍ଟାଡିୟମ । ଆଗକୁ ଏଫଆଇଏଚ୍‌ ସିରିଜ୍‌ ହେବାକୁ ଥିବା ବେଳେ ତା ପୂର୍ବରୁ କଳିଙ୍ଗ ଷ୍ଟାଡିୟମର କ୍ଷୟକ୍ଷତି ବୁଲି ଦେଖିଛନ୍ତି କେନ୍ଦ୍ରୀୟ ପ୍ରତିନିଧି ଦଳ। ଗତକାଲି କେନ୍ଦ୍ରୀୟ ଟିମ୍‌ ସହ ହକି କମ୍ପ୍ଲେକ୍ସ ଅନୁଧ୍ୟାନ କରିଛନ୍ତି କ୍ରୀଡା ସଚିବ ବିଶାଲ ଦେବ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ। ବିଶ୍ୱକପ୍‌ର ସଫଳ ଆୟୋଜନ ପରେ କଳିଙ୍ଗ ଷ୍ଟା଼ଡିୟମରେ ଏଫଆଇଏଚ୍‌ ପୁରୁଷ ହକି ସିରିଜ୍‌ ଫାଇନାଲ୍ସ ଆୟୋଜିତ ହେବାକୁ ଯାଉଛି । ଆସନ୍ତା ୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଏହି ପ୍ରତିଯୋଗିତା । ଫନି ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା କଳିଙ୍ଗ ଷ୍ଟାଡିୟମର ମରାମତି ଆରମ୍ଭ ହୋଇଛି। ଫନିରେ ତୀବ୍ର ପବନ ଓ ବର୍ଷା ପାଇଁ ଅନେକ ସ୍ଥାନରେ ଟର୍ଫ କଟି ନଷ୍ଟ ହୋଇଯାଇଛି। ନଷ୍ଟ ହୋଇଥିବା ଟର୍ଫକୁ କାଟି ଦିଆଯାଇ ସେଠାରେ ନୂଆ ଟର୍ଫ ପକାଯାଉଛି। ଏଫଆଇଏଚ୍‌ ସିରିଜ୍‌ ଫାଇନାଲ ଲାଗି ଆସନ୍ତା ୨୫ରୁ ଦଳ ପହଞ୍ଚିବା ଆରମ୍ଭ କରିବେ ବୋଲି ଜଣାପଡିଛି।

KNews Bureau

Recent Posts

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

13 mins ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

28 mins ago

ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି ।  ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି…

40 mins ago

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…

51 mins ago

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

8 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

10 hours ago