ରାଜ୍ୟ

ଆଜି ଶପଥ ନେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ

କଟକ (କେନ୍ୟୁଜ): ଆଜି ଶପଥ ନେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ । ସକାଳ ୧୦ ଟାରେ ଶପଥ ଗ୍ରହଣ କରିବେ । ହାଇକୋର୍ଟ ପୁରୁଣା ବିଲ୍ଡିଂର ପୂର୍ବଭାଗ ଲନରେ ଆୟୋଜିତ ଉତ୍ସବରେ ତାଙ୍କୁ ଶପଥ ଗ୍ରହଣ କରାଇବେ ରାଜ୍ୟପାଳ ରଘୁବର ଦାସ । ପାଟନା ହାଇକୋର୍ଟରେ ବରିଷ୍ଠ ବିଚାରପତି ଥିଲେ ଜଷ୍ଟିସ ସିଂ। ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ ଉପରେ ରାଷ୍ଟ୍ରପତିଙ୍କ ମୋହର ବାଜିବା ପରେ କେନ୍ଦ୍ର ସରକାର ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଥିଲେ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଗତ ଅକ୍ଟୋବର ୩ ତାରିଖରେ ଅଵସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ଖାଲି ରହିଥିଲା । ଡକ୍ଟର ଜଷ୍ଟିସ ବି. ଆର. ଷଡ଼ଙ୍ଗୀ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ତୁଲାଉଥିଲେ ।

ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୧୯୬୩ ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ଲ’ ସେଣ୍ଟରରୁ ଏଲଏଲବି ଡିଗ୍ରି ହାସଲ କରିଥିଲେ । ୧୯୯୦ ଅକ୍ଟୋବର ୩୦ରେ ଆଇନଜୀବୀ ଭାବେ ନାମ ପଞ୍ଜୀକରଣ କରିଥିଲେ ଚକ୍ରଧାରୀ ଶରଣ ସିଂ। ୧୯୯୮ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପାଟନା ହାଇକୋର୍ଟରେ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ ଭାବେ ନିଯୁକ୍ତି ମିଳିଥିଲା। ସେ ମେଡିଏଟର ଭାବେ ୨୦୦୬ରେ ତାଲିମ ଗ୍ରହଣ କରିଥିଲେ । ପାଟନା ହାଇକୋର୍ଟ ମେଡିଏସନ୍ ସେଣ୍ଟରରେ ମେଡିଏଟର ଭାବେ ଚକ୍ରଧାରୀ ଶରଣ ସିଂଙ୍କୁ ମିଳିଥିଲା ନିଯୁକ୍ତି । ୨୦୧୦ ସେପ୍ଟେମ୍ବର ୧୮ରୁ ବରିଷ୍ଠ ଆଇନଜୀବୀ ମାନ୍ୟତା ମିଳିଥିଲା।

ସେହିବର୍ଷ ଡିସେମ୍ବରରେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ। ଏହି ପଦବୀରେ କାର୍ଯ୍ୟରତ ବେଳେ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୨ ଏପ୍ରିଲ ୫ରେ ପାଟନା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ ଚକ୍ରଧାରୀ ଶରଣ ସିଂ । ୨୦୨୩ ଫେବ୍ରୁଆରୀ ୬ରୁ ମାର୍ଚ୍ଚ ୨୮ ତାରିଖ ଯାଏ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ତୁଲାଇଥିଲେ । ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତି ପୂର୍ବରୁ ପାଟନା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବରେ କାର୍ଯ୍ୟରତ ଥିଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ବିଧି ବ୍ୟବସ୍ଥା ଅନୁଯାୟୀ ୨୦୨୫ ମସିହା ଜାନୁଆରୀ ୧୯ ତାରିଖରେ ସେ ଅଵସର ନେବେ ।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago