ଆଜି ପ୍ରବଳ ବର୍ଷା ସମ୍ଭାବନା! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ। ପ୍ରଭାବରେ ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀର ସକ୍ରିୟତା ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜିଠୁ ବର୍ଷା ପରିମାଣ ବଢ଼ିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆଜି ପାଇଁ ପ୍ରବଳ ବର୍ଷା ସମ୍ଭାବନା ଯୋଗୁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୬ରୁ ୧୦ ଯାଏଁ ରାଜ୍ୟରେ ବିସ୍ତାରିତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୮ ଏବଂ ୯ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ବର୍ଷା ପ୍ରଭବାରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ରାସ୍ତା ଏବଂ କଚ୍ଚା ଘର ପ୍ରଭାବିତ ହେବା ସମ୍ଭାବନା ରହିଛି। ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ଅସୁରକ୍ଷିତ ପାହାଡିଆ ଅଞ୍ଚଳରେ ଭୂସ୍କଳନ ସମ୍ଭାବନା ରହିଛି। ୭ରୁ ମତ୍ସ୍ୟଜୀବୀ ମାନଙ୍କୁ ଗଭୀର ସମୁଦ୍ର ଏବଂ ୮ରୁ ୧୦ ଯାଏଁ ଓଡ଼ିଶା ଉପକୂଳ ମନା।