ଘନଉଛି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ହୋଇପାରେ ।

ଭୁବନେଶ୍ୱର (କେନ୍ୟୁଜ); ଆରବ ସାଗର ଓ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଦୁଇଟି ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ପ୍ରଭାବରେବଡ଼ ବର୍ଷାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବ । ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ହୋଇପାରେ ।

ସେହିପରି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ଜୁନ ୧ରୁ ୨୯ ତାରିଖ ଯାଏ ୧୧୦୫.୪ ପ୍ରତିଶତ ବର୍ଷା ହୋଇଛି । ଯାହାକି ସ୍ବାଭାବିକ ବର୍ଷା ତୁଳନାରେ ୩ ପ୍ରତିଶତ କମ । ଏହି ସମୟ ମଧ୍ୟରେ ୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ବାଭାବିକଠୁ ୨୬ପ୍ରତିଶତ କମ୍ , ପୁରୀରେ ୨୦ ପ୍ରତିଶତ କମ ଓ ନବରଙ୍ଗପୁରରେ ୨୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୨ ଜିଲ୍ଲା ବୌଦ୍ଧ ଓ ଝାରସୁଗୁଡ଼ାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ବାକି ୨୫ ଜିଲ୍ଲାରେ ହୋଇଛି ସ୍ବାଭାବିକ ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.