ଆସନ୍ତା ୧୮ ଓ ୧୯ରେ ରାଜ୍ୟର ଅନେକ ସ୍ଥାନରେ ମେଘାଚ୍ଛନ୍ନ ରହିବ ଆକାଶ, ୨୦ରେ ବର୍ଷା !

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତା ୧୮ ଓ ୧୯ରେ ରାଜ୍ୟର ଅନେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବ । ୨୦ରେ ବର୍ଷା ସମ୍ଭାବନା । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ଫଳରେ ଶୀତ ଆହୁରି କମିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.