ରାଜ୍ୟରେ ନିଷ୍କ୍ରିୟ ରହିଛି ମୌସୁମୀ: ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା, ୧୫ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଆସନ୍ତାକାଲି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୫ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୫ ତାରିଖରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଏବେ ନିଷ୍କ୍ରିୟ ରହିଛି ମୌସୁମୀ । ତେବେ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସମୁଦ୍ରରୁ ୫.୮ କିଲୋମିଟର ଉପରେ ରହିଛି ଏହାର ଅବସ୍ଥିତ । ପ୍ରଭାବରେ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆଗାମୀ ଦୁଇ ଦିନ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ଅୁଗୋଳ, ବୌଦ୍ଧ ଜିଲ୍ଲାର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ହୋଇପାରେ । ବାକି ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । କାଲି ମଧ୍ୟ ବିଜୁଳି ଘଡ଼ଘଡ଼ି ବର୍ଷା ହେବ ।

ଆସନ୍ତାକାଲି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୫ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୫ ତାରିଖରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୧୭ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ହୋଇପାରେ । ତିନି ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ମୌସୁମୀ ନିଷ୍କ୍ରିୟ ରହିଥିବାରୁ ରାଜ୍ୟରୁ ଗାଏବ ହୋଇଛି ବର୍ଷା । ୧୫ରୁ ବର୍ଷା ବଢ଼ିଲେ ରାଜ୍ୟରେ ନିଅଣ୍ଟିଆ ସ୍ଥିତିରେ ସୁଧାର ଆସିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.