ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜୁନ ୧ରୁ ଏଯାଏ ରାଜ୍ୟରେ ସ୍ୱାଭାବିକଠାରୁ ୪୦ ପ୍ରତିଶତରୁ କମ୍‌ ବର୍ଷା । ଏଯାଏ ୧୨୫.୧ ମିମି ବର୍ଷା ହୋଇଛି । ହେଲେ ଏହି ସମୟ ମଧ୍ୟରେ ୨୧୮.୨ ମିମି ବର୍ଷା ହେବା କଥା । ୩ ଜିଲ୍ଲାରେ କେନ୍ଦ୍ରାପଡ଼ା, ପୁରୀ ଓ ସୁନ୍ଦରଗଡ଼ରେ ସବୁଠୁ କମ୍‌ ବର୍ଷା ହୋଇଛି । ଆସନ୍ତା ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ସେହିପରି ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ପ୍ରବଳ ବୃଷ୍ଟିପାତ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.