କାଲିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା, ୨୭ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା

ଆସନ୍ତାକାଲି ଓ ୨୫ ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ।

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ହେବ ଦୁର୍ବଳ ବାତ୍ୟା । ଗତକାଲ ସୃଷ୍ଟି ହୋଇଛି ଗଭୀର ଅବପାତ । ଡିପ୍ରେସନ୍ ଅଧିକ ଘନୀଭୂତ ହୋଇ ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତରେ ପରିଣତ ହୋଇଛି । ଏହା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଆଜି ବଙ୍ଗୋପସାଗରରେ ଏକ ବାତ୍ୟାରେ ପରିଣତ ହେବ । ଗଭୀର ଅବପାତ ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୧ କିଲୋମିଟର ବେଗରେ ଆଗକୁ ବଢୁଛି ।

ଆଜି ସକାଳ ଯାଏ ଗଭୀର ଅବପାତ ଉତ୍ତର ଦିଗରେ ଗତି କରିବ । ତାପରେ ରିକର୍ଭ କରିବ ଓ ଆସନ୍ତା ୨ ଦିନ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବା ସହ ବାଂଲାଦେଶ ଉପକୂଳ ମୁହାଁଇବ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଆସନ୍ତାକାଲି ଓ ୨୫ ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ୨୫ ତାରିଖ ଯାଏ ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଓଡ଼ିଶା ଉପକୂଳ ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.