ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା । ସକାଳ ୮ଟା ୩୦ଟା ପର୍ଯ୍ୟନ୍ତ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା । ସକାଳ ୮ଟା ୩୦ଟା ପର୍ଯ୍ୟନ୍ତ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡା ଓ ସମ୍ବଲପୁରର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ ।

ସେହିପରି ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏପଟେ ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ଅଞ୍ଚଳରେ ଲଘୁଚାପର ସମ୍ଭାବନା ରହିଛି । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ରାଜ୍ୟରେ ନିଅଣ୍ଟିଆକୁ ଭରଣା କରିପାରେ ଲଘୁଚାପ ବର୍ଷା । ମୌସୁମୀ ଋତୁରେ ଜୁନ ପହିଲାରୁ ଏଯାଏ ୧୦୮୧ ମିମି ବର୍ଷା ହୋଇଛି । ଯାହାକି ଏହି ସମୟ ମଧ୍ୟରେ ସ୍ବାଭାବିକ ବର୍ଷା ୧୧୧୪.୬ ମିମି ତୁଳନାରେ ୩ ପ୍ରତିଶତ କମ । ୩ ଜିଲ୍ଲାର ଅତ୍ୟଧିକ, ୨ ଜିଲ୍ଲାରେ ନିଅଣ୍ଟିଆ ଓ ବାକି ୨୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.