ଘନ କୁହୁଡ଼ି ସହ ରାଜ୍ୟରେ ବର୍ଷା ସମ୍ଭାବନା, ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ

ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ । ଆଗାମୀ ୩ ଦିନ ଘନ କୁହୁଡ଼ି ନେଇ ମଧ୍ୟ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପୁଣି ୨୩ରୁ ରାଜ୍ୟରେ ବର୍ଷା ସହ ଆକାଶ ମେଘାଛନ୍ନ ରହିବା ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ଭୁବନେଶ୍ୱର (କେନ୍ୟୁଜ): ଶୀତ ସାଙ୍ଗକୁ କଲବଲ କରୁଛି କୁହୁଡ଼ି । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ । ଆଗାମୀ ୩ ଦିନ ଘନ କୁହୁଡ଼ି ନେଇ ମଧ୍ୟ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଘନ କୁହୁଡି ପାଇଁ ଆଜି୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟ ମଧ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ଶୁଷ୍କ ବାୟୁ ପ୍ରବେଶ କରୁଛି। ଏହା ଫଳରେ କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଆକାଶ ମେଘାଛନ୍ନ ରହିଛି। ଆହୁରି ୭ ଦିନ ବର୍ଷା ସମ୍ଭାବନା ରହିଛି। । ୨୦ ତାରିଖ ପରଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ପୁଣି ୨୩ରୁ ରାଜ୍ୟରେ ବର୍ଷା ସହ ଆକାଶ ମେଘାଛନ୍ନ ରହିବା ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.