ପଶ୍ଚିମା ଝଡ଼ର ପ୍ରଭାବ: ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ! ପାଣିପାଗ କେନ୍ଦ୍ରର ସୂଚନା

ଆଜି ପାଇଁ ବିଜୁଳି ଓ ଘଡ଼ଘଡ଼ି ନେଇ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କିଛି କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ। ଆଗାମୀ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ କେନ୍ଦ୍ର ଚେତାବନୀ ଜାରି ରହିଛି। ଆଜି ପାଇଁ ବିଜୁଳି ଓ ଘଡ଼ଘଡ଼ି ନେଇ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କିଛି କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଆସନ୍ତାକାଲି ବଢିବ ବର୍ଷାର ବିସ୍ତତି। କିଛି ଜିଲ୍ଲାରେ କୁଆପଥର ସହ ବର୍ଷା ସମ୍ଭାବନା ଥିବାରୁ କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ୧୯ତାରିଖରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡିଶାର କିଛି କିଛି ସ୍ଥାନରେ କୁଆପଥର ସହ ବର୍ଷାର ସମ୍ଭାବନା ରହିଛି। ୨୦ତାରିଖରୁ କମିବ ବର୍ଷାର ପରିମାଣ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.