Below header

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା ରହିଛି ।

ଆସନ୍ତାକାଲି ଅପରାହ୍ନରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ କାଳବୈଶାଖୀ ସମ୍ଭାବନା ରହିଛି । ଆସନ୍ତା ୨ ଦିନ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାଣ୍ଣିଂ ଦିଆଯାଇଛି । ରାଜ୍ୟର କିଛି ଜିଲ୍ଲାର ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି । ଭୁବନେଶ୍ୱରରେ ସପ୍ତାହେ ପର୍ଯ୍ୟନ୍ତ ଗରମରୁ ଆଶ୍ୱସ୍ତି ମିଳିବା ସମ୍ଭାବନା କମ । ଏପରିକି ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲିସିୟସ ଡେଇଁପାରେ । ରାଜ୍ୟର ୧୫ଟି ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ଉପରେ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.