୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ଲଘୁଚାପ ପ୍ରଭାବରେ ବଡ଼ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଆସୁଛି ବଡ଼ବର୍ଷା । ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ ଦିନ ପ୍ରବଳ ବର୍ଷିବ । ଆସନ୍ତାକାଲି ପାଇଁ ଭୀଷଣ ବର୍ଷା ସମ୍ଭାବନା ଥିବା ୫ ଜିଲ୍ଲାକୁ ରେଡୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ କହିଛନ୍ତି ଏସଆରସି । ଜଳବନ୍ଦୀ, ଫ୍ଲାସଫ୍ଲଡ ଓ ଭୂସ୍ଖଳନ ପରି ପରିସ୍ଥିତି ଉପରେ ନଜର ରଖିବାକୁ କୁହାଯାଇଛି ।

ପୁଣି ବଙ୍ଗୋପସାଗରରେ ଲଘୁଚାପ । ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା । ବିଭିନ୍ନ ସ୍ଥାନରେ ୩ ଦିନ ପ୍ରବଳ ବର୍ଷିବ । ଆସନ୍ତା ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ । ଆସନ୍ତାକାଲି ପାଇଁ ଭୀଷଣ ବର୍ଷା ସମ୍ଭାବନା ଥିବା ୫ ଜିଲ୍ଲାକୁ ରେଡୱାର୍ଣ୍ଣିଂ ଜାରି କରାଯାଇଛି । ସଂପୃକ୍ତ ଜିଲ୍ଲାଗୁଡ଼ିକ ହେଲା ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢେଙ୍କାନାଳ । ସେହିପରି ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, କଳାହାଣ୍ଡି, ସୋନପୁର ଓ ବଲାଙ୍ଗୀରକୁ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ସେହିପରି ୭ଟି ଜିଲ୍ଲା ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼ସ ଝାରସୁଗୁଡ଼ା, ବରଗଡ଼, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ଷା ମୁକାବିଲା ପାଇଁ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ କହିଛନ୍ତି ଏସଆରସି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି । ଆକ୍ୟୁ ୱେଦର ପାଣିପାଗ ବିଜ୍ଞାନୀ ଜାସନ ନିକୋଲାସଙ୍କ ମୁତାବକ ବଙ୍ଗୋପସାଗର ଉତ୍ତରଭାଗରେ ନୋଉଲର ଅଂଶବିଶେଷ ପ୍ରବେଶ କରିଛି । ଏହା ଅଧିକ ଘନୀଭୂତ ହୋଇ ସୋମବାର ସୁଦ୍ଧା ଓଡ଼ିଶା ଉପକୂଳ ଛୁଇଁବ । ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶରେ ବର୍ଷାର ସମ୍ଭାବନା ରହିଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.