ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା, ଜାଣନ୍ତୁ କେଉଁ ରାଜ୍ୟରେ ହେବ ?

ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏହି ରାଜ୍ୟ ମାନଙ୍କ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ନୟାଗଡ଼, ଭଦ୍ରକ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ ଆଦି ରହିଛି। କାଳବୈଶାଖୀ ଜନିତ ଝଡ଼ପବନ ସହ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.