Below header

ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ସମସ୍ତ ବିଭାଗ ନିଜ ନିଜର କାର୍ଯ୍ୟ ଠିକ୍‌ସେ ସମ୍ପାଦନା କରିବାକୁ ନିର୍ଦ୍ଦେଶ

ଚଳିତ ବର୍ଷ ଚନ୍ଦନ ଯାତ୍ରାରେ ଅହେତୁକ ଭିଡ଼ ସମ୍ଭାବନା ଥିବାରୁ ଭିଡ ଓ ଟ୍ରାଫିକ ନିୟନ୍ତ୍ରଣ ସହ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା କହିଥିଲେ ଏସପି। ସମସ୍ତ ବିଭାଗ ନିଜ ନିଜର କାର୍ଯ୍ୟ ଯେଭଳି ଠିକ୍‌ସେ ସମ୍ପାଦନା କରିବେ ସେନେଇ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ ।

ପୁରୀ(କେନ୍ୟୁଜ୍): ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା । ଏଥିସହ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହେବ । ଏନେଇ ଆଜି ସଂଧ୍ୟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଓ ସେବାୟତ ନିଯୋଗ ଉପସ୍ଥିତ ଥିଲେ । ଚଳିତ ବର୍ଷ ଚନ୍ଦନ ଯାତ୍ରାରେ ଅହେତୁକ ଭିଡ଼ ସମ୍ଭାବନା ଥିବାରୁ ଭିଡ ଓ ଟ୍ରାଫିକ ନିୟନ୍ତ୍ରଣ ସହ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା କହିଥିଲେ ଏସପି।

ସମସ୍ତ ବିଭାଗ ନିଜ ନିଜର କାର୍ଯ୍ୟ ଯେଭଳି ଠିକ୍‌ସେ ସମ୍ପାଦନା କରିବେ ସେନେଇ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ । ଏଥିସହ ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଥିଲେ ଜିଲ୍ଲାପାଳ। ୨୧ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ମହାପ୍ରଭୁଙ୍କ ବାହ୍ୟ ଚନ୍ଦନ ଯାତ୍ରାରେ ନୀତିକାନ୍ତି କିଭଳି ଶୃଙ୍ଖଳିତ ହେବ ସେନେଇ ନିଯୋଗମାନଙ୍କ ସହଯୋଗ ଲୋଡିଥିଲେ ଜିଲ୍ଲାପାଳ । ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଜାରି ରହିଥିବାରୁ ଏହାକୁ ଶୀଘ୍ର ସାରିବା ଆବଶ୍ୟକ ବୋଲି ବୈଠକରେ ମତ ରଖିଥିଲେ ସେବାୟତ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.