ପଞ୍ଚାୟତ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଶକ୍ତ ଧକ୍କା, ବିଜେଡିରେ ଯୋଗ ଦେଲେ ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝୀ

ଭୁବନେଶ୍ବର(କେନ୍ଯୁଜ୍):ବିଜେଡିରେ ଯୋଗ ଦେଲେ କୋଟପାଡ଼ର ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝୀ । ପଞ୍ଚାୟତ ନିର୍ବାଚନ ପୂର୍ବରୁ କୋରାପୁଟର ପୂର୍ବତନ କଂଗ୍ରେସ ବିଧାୟକ ବିଜେଡିରେ ଯୋଗ ଦେଲେ । ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି ।

ନବରଙ୍ଗପୁର ସାଂସଦ ରମେଶ ମାଝୀ ମଧ୍ୟ ମିଶ୍ରଣ ପର୍ବରେ ସାମିଲ ଥିଲେ । କୋଟପାଡ଼ ନିର୍ବାଚନମଣ୍ଡଳୀର ବହୁ କଂଗ୍ରେସ କର୍ମୀ ମଧ୍ୟ ବିଜେଡିରେ ସାମିଲ ହେଲେ । ଗତକାଲି କଂଗ୍ରେସର ହାତ ଛାଡ଼ିଥିଲେ ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝୀ । କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ କୋରାପୁଟ ଜିଲ୍ଲା କୋଟପାଡ଼ର ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝୀ ଇସ୍ତଫା ଦେଇଥିଲେ । ବ୍ୟକ୍ତିଗତ କାରଣ ଦର୍ଶାଇ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇଥିଲେ । ଆଜି ବିଜେଡିରେ ଯୋଗ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.