Below header

ବଦଳିଲା ହାଇସ୍କୁଲ ୟୁନିଫର୍ମ : ନୂଆ ଲୁକ୍ ଓ ନୂଆ ରଙ୍ଗର ପୋଷାକରେ ସ୍କୁଲକୁ ଆସିବେ ଛାତ୍ରଛାତ୍ରୀ

ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ସ୍କୁଲ ୟୁନିଫର୍ମ । ‘ମୁଖ୍ୟମନ୍ତ୍ରୀ ଛାତ୍ର ଛାତ୍ରୀ ପରିଧାନ’ ଯୋଜନାରେ ଛାତ୍ରଛାତ୍ରୀ ଏହି ସୁବିଧା ପାଇପାରିବେ ।

ଭୁବନେଶ୍ୱର (କେନ୍ୟୁଜ): ଅଷ୍ଟମ ଶ୍ରେଣୀ ପରେ ବର୍ତ୍ତମାନ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ୍ ୟୁନଫର୍ମ । ସରକାରୀ ହାଇସ୍କୁଲ୍‌ ତଥା ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲ୍‌ରେ ପଢ଼ୁଥିବା ଛାତ୍ରଛାତ୍ରୀ ପାଇବେ ୟୁନିଫର୍ମ । ଦୁଇ ହଳ ପୋଷାକ ସହ ଜୋତା ଓ ମୋଜା ବି ଯୋଗାଇ ଦିଆଯିବ । ‘ମୁଖ୍ୟମନ୍ତ୍ରୀ ପରିଧାନ’ ଯୋଜନାରେ ହାଇସ୍କଲ୍‌ ଛାତ୍ରଛାତ୍ରୀ ଏହି ସୁବିଧା ପାଇବେ ।

ନୂଆ ଲୁକ୍ ଓ ନୂଆ ରଙ୍ଗର ପୋଷାକରେ ସ୍କୁଲକୁ ଆସିବେ ଛାତ୍ରଛାତ୍ରୀ । ହଂଟର ଗ୍ରୀନ୍ ରଙ୍ଗର ପୋଷାକ ପିନ୍ଧିବେ ଛାତ୍ରଛାତ୍ରୀ । ଛାତ୍ରଙ୍କ ପାଇଁ ଫୁଲ ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ ଲାଗି ଚୁଡିଦାର-ପଞ୍ଜାବୀ ସହ ଜ୍ୟାକେଟ୍ ପୋଷାକ ରହିଛି । ଡ୍ରେସରେ ଏକ ଲୋଗୋ ‘ଆମେ ଗଢିବୁ ନୂଆ ଓଡ଼ିଶା’ ରହିବ । ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ । ଶନିବାର ଛାତ୍ରଛାତ୍ରୀ ଟି-ସାର୍ଟ ଓ ଟ୍ରାକ୍ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ । ଚଳିତ ଶିକ୍ଷାବ‌ର୍ଷରୁ ମିଳିବ ମାଗଣା ୟୁନିଫର୍ମ । ଏହି ଯୋଜନାକୁ ଚଳିତ ଶିକ୍ଷାବ‌ର୍ଷରୁ କାର୍ଯ୍ୟକାରୀ କରାଯିବାର ଲକ୍ଷ୍ୟ ରହିଛି । ଏନେଇ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି ।

ଆସନ୍ତା ଅଗଷ୍ଟ ୧୫ରେ ସ୍କୁଲରେ ନୂଆ ୟୁନିଫର୍ମ ବଣ୍ଟନ ହେବ । ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ଗୋଟିଏ ପିଲା ପିଛା ୫୫୦ ଟଙ୍କା ମୂଲ୍ୟରେ ଦୁଇ ହଳ ପୋଷାକ, ୨୦୦ ଟଙ୍କା ମୂଲ୍ୟରେ ହଳେ ଜୋତା ଓ ଦୁଇ ହଳ ମୋଜା ଦିଆଯିବ । ଏହାସହ ୧୨୫ ଟଙ୍କା ମୂଲ୍ୟର ଗୋଟିଏ ଟି-ସାର୍ଟ, ୧୨୫ ଟଙ୍କା ମୂଲ୍ୟର ଗୋଟିଏ ଟ୍ରାକ ପ୍ୟାଣ୍ଟ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯିବ । ପୂର୍ବରୁ କେବଳ ପ୍ରଥମରୁ ଅ‌ଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ପୋ‌ଷାକ ଓ ଉଭୟ ଜୋତା ଓ ମୋଜା ପାଉଥିଲେ । ଏବେ ହାଇସ୍କୁଲ ପିଲାଙ୍କୁ ମଧ୍ୟ ଏହି ସୁବିଧା ମିଳିବାକୁ ଯାଉଛି । ହାଇସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ପୋଷାକ ଓ ଜୋତା ମୋଜା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।

ପୋଷାକ, ଜୋତା-ମୋଜା କ୍ରୟ ଓ ବିତରଣ ପାଇଁ ବ୍ଲକ୍‌ସ୍ତରରେ ଏକ କମିଟି ଗଠିତ ହେବ । ଏହି କମିଟି ନେତୃତ୍ୱରେ ଏମ୍‌ଏସ୍‌ଏମ୍ଇ ବା ସ୍ୱୀକୃତିପ୍ରାପ୍ତ ଏସ୍ଏଚ୍‌ଜିଙ୍କୁ ପୋଷାକ କ୍ରୟ ବା ବଣ୍ଟନ ଦାୟିତ୍ୱ ଦିଆଯିବ। ସେମାନେ ଛାତ୍ରଛାତ୍ରୀଙ୍କ ପାଇଁ ଉପଯୁକ୍ତ ପୋଷାକ ସହିତ ଜୋତା- ମୋଜା ଯୋଗାଡ଼ କରି ପିଲାମାନଙ୍କୁ ବଣ୍ଟନ କରିବେ । ଜଣେ ଛାତ୍ର/ଛାତ୍ରୀଙ୍କୁ ବର୍ଷକ ପାଇଁ ୨ ହଳ ପୋଷାକ ଓ ଏକ ହଳ ଯୋତା, ଏକ ହଳ ମୋଜା ପ୍ରଦାନ କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.