ରାଜ୍ୟ

ଗୁଣ୍ଡିଚା ଘର ଅଭିମୁଖେ ଯାତ୍ରା ଆରମ୍ଭ, ବଡଦାଣ୍ଡରେ ଗଡିଲା ରଥ

ପୁରୀ: ବଡଦାଣ୍ଡରେ ଗଡିଲା ରଥ । ପ୍ରଥମେ ବଡ ପ୍ରଭୁ ବଳଭଦ୍ରଙ୍କ ରଥ ଟଣା ଆରମ୍ଭ ହୋଇଛି । ତିନି ରଥରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପରେ ତାଳଧ୍ବଜ ରଥ ଟଣା ଆରମ୍ଭ ହୋଇଛି। ବିନା ଭକ୍ତରେ ଆଗକୁ ଆଗକୁ ଗଡି ଚାଲିଛି ରଥ । ଆଗେ ଆଗେ ଗଡି ଚାଲିଛି ଶ୍ରୀବଳଦେବଙ୍କ ତାଳଧ୍ୱଜ ରଥ, ତା ପଛକୁ ପଛ ଗଡ଼ି ଚାଲିଛି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ । ଏହାପରେ ଗଡିବ କାଳିଆର ନନ୍ଦିଘୋଷ ରଥ।

ଅନ୍ଯପଟେ ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି । ଇତିମଧ୍ୟରେ ପହଣ୍ଡି ବିଜେ ପରେ ରଥାରୁଢ଼ ହୋଇଥିଲେ ତିନି ଠାକୁର। କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଥିବାବେଳେ କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥାରୁଢ଼ ୩ ଠାକୁରଙ୍କୁ ଦର୍ଶନ କରିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ।

Sonalisa

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

41 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

51 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

1 hour ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

1 hour ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

1 hour ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

1 hour ago