Below header

ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ହେଲା ଅନୁକୂଳ, ଆଜିଠୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଚନ୍ଦନ ଯାତ୍ରା

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ପୂଜାପଣ୍ଡା ସେବାୟତ ମାନେ ରଥଖଳାରେ ପହଞ୍ଚିବା ପରେ ସେଠାରେ ସୁନା କୁରାଢିରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥିଲା । ଏପଟେ ଆଜିଠୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଚନ୍ଦନ ଯାତ୍ରା ।

ପୁରୀ(କେନ୍ୟୁଜ) : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ପୂଜାପଣ୍ଡା ସେବାୟତ ମାନେ ରଥଖଳାରେ ପହଞ୍ଚିବା ପରେ ସେଠାରେ ସୁନା କୁରାଢିରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥିଲା । ଏପଟେ ଆଜିଠୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଚନ୍ଦନ ଯାତ୍ରା ।

ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ତାପରୁ ଉପଶମ ପାଇବା ପାଇଁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀରେ ନୌକା ବିହାର କରିବେ । ୨୧ ଦିନ ଧରି ଚାଲିବାକୁ ଥିବା ଏହି ବାହାର ଚାପରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ପ୍ରତ୍ୟହ ମଧ୍ୟାହ୍ନରେ ଶ୍ରୀମନ୍ଦିରରୁ ବାହାରି ବିରାଟ ଶୋଭାଯାତ୍ରାରେ ଚନ୍ଦନ ପୁଷ୍କରିଣୀ ନରେନ୍ଦ୍ର ଅଭିମୁଖେ ଯାଇଥିଲେ ।

ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ୱାରା ବନଜାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ୱକର୍ମା ମହାରଣାଙ୍କ ଶାଢ଼ୀ ବନ୍ଧା ନୀତି ପରେ ସୁନା କୁରାଢିରେ ରଥ ନିର୍ମାଣ କାର୍ଯ୍ୟର ଅନୁକୁଳ ହୋଇଥିଲା । ଏଥିସହ ଆଜିଠୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ଆଜ୍ଞାମାଳ ବିଜେ ପରେ ରାମ, କୃଷ୍ଣ ପାଲିଙ୍କିକୁ ବିଜେ କରିଥିଲେ ।

ଅପରାହ୍ନ ୫ ଟାରେ ମଣି ବିମାନ ଉଠିଥିଲା । ଏହାପୂର୍ବରୁ ଶ୍ରୀମନ୍ଦିର ପୁରୋହିତ, ଶ୍ରୋତିୟ ବ୍ରାହ୍ମଣଙ୍କ ଦ୍ୱାରା ବନଜାଗ ପଦ୍ଧତିରେ ଯଜ୍ଞ କରାଯାଇ ବ୍ରାହ୍ମଣ ବରଣ କରାଯାଇଥିଲା । ଆଜ୍ଞାମାଳ ପହଞ୍ଚିବା ପରେ ତିନି ରଥର ବିଶ୍ୱକର୍ମାଙ୍କୁ ପ୍ରଦାନ କରାଯାଇଥିଲା ।

୧୦ ଜଣ ମହାରଣା ଶାଢ଼ୀ ବାନ୍ଧିବା ପରେ ପ୍ରଥମେ ତାଳଧ୍ୱଜ ପରେ ନନ୍ଦିଘୋଷ ଓ ଶେଷରେ ଦର୍ପଦଳନ ରଥ ପାଇଁ ଉଦ୍ଦିଷ୍ଟ ଧଉରା କାଠ ଅନୁକୁଳ ହୋଇଥିଲା । ତେଣୁ ଚନ୍ଦନ ଯାତ୍ରା ଅବସରରେ ଆଜିଠୁ ୨୧ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚପାଣ୍ଡବଙ୍କୁ ସେବାୟତ ମାନେ ମଣି ବିମାନ ଓ ପାଲିଙ୍କିରେ ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ନେଇଥାନ୍ତି । ଏହି ସମୟରେ ଚନ୍ଦନ, ପୁଷ୍ପର ପ୍ରଲେପ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଯିବାର ପରମ୍ପରା ରହିଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.