ରାଜ୍ୟ

ଆଜି ତିନି ରଥକୁ ଆଜ୍ଞମାଳ ବିଜେ ପରେ ରଥଖଳାରୁ ସିଂହଦ୍ୱାର ଅଭିମୁଖେ ଟଣାଯିବ ୩ ରଥ

ପୁରୀ(କେନ୍ଯୁଜ୍): ଆଜି ମହାପ୍ରଭୁଙ୍କ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ନୀତି ରହିଛି । ଗତକାଲି ମଧ୍ୟରାତ୍ରିରେ ଦତ୍ତମହାପାତ୍ର ସେବାୟତ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଘାର ନୀତି କରିଥିଲେ । କରୋନା କଟକଣା ଥିବାରୁ ମହାପ୍ରଭୁ କେବଳ ସେବାୟତଙ୍କୁ ଆଜି ନବଯୌବନ ବେଶରେ ଦର୍ଶନ ଦେବେ । ସେହିପରି ଆଜି ତିନି ରଥକୁ ଆଜ୍ଞମାଳ ବିଜେର ପରମ୍ପରା ରହିଛି । ସକାଳ ଧୂପ ପରେ ପୂଜାପଣ୍ଡା, ସେବାୟତମାନେ ଆଜ୍ଞାମାଳ ରଥଖଳାକୁ ନେବା ପରେ ୩ ରଥକୁ ରଥଖଳାରୁ ସିଂହଦ୍ୱାର ଅଭିମୁଖେ ଟଣାଯାଇଥାଏ । କିନ୍ତୁ ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟରେ ଆଜି ଶୁଣାଣି ପରେ ରଥ ଆଜ୍ଞାମାଳ ନୀତି ହେବ କି ନାହିଁ ତାହା ନିଷ୍ପତ୍ତି ନିଆଯିବ ।

ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟିରେ ସଦସ୍ୟ ଥିବା ସେବାୟତ କହିଛନ୍ତି, ଆଜି ଆଜ୍ଞାମାଳ ବିଜେ ହେବ । ରଥଯାତ୍ରା ପାଇଁ ସରକାର ନିଜ ପକ୍ଷରୁ ଚେଷ୍ଟା କରନ୍ତୁ । ଏଥିପାଇଁ ଶ୍ରୀମନ୍ଦିର ପରିଚାଳନା କମିଟି ସମସ୍ତ ସହଯୋଗ କରିବ ବୋଲି କୁହାଯାଇଛି । ବିନା ଭକ୍ତରେ ରଥଯାତ୍ରା କରିବାକୁ ସରକାରଙ୍କୁ ନିବେଦନ କରିଛନ୍ତିି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ । ତେବେ ରଥଯାତ୍ରା ନେଇ କୋର୍ଟରେ ମାମଲା ଥିଲେ ମଧ୍ୟ ଗତକାଲି ସଂଧ୍ୟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, କେନ୍ଦ୍ରାଞ୍ଚଳ ଡିଆଇଜି, ଜିଲ୍ଲାପାଳ ଓ ଏସ୍‌ପି ପ୍ରମୁଖ ଶ୍ରୀମନ୍ଦିର ଯାଇ ପରିସ୍ଥିତିର ସମୀକ୍ଷା କରିଛନ୍ତି ।

KNews Bureau

Recent Posts

ଦିନ ୧୦ଟାରୁ ୩ଟା ଯାଏ ପ୍ରଚଣ୍ଡ ଖରାରେ ଘରୁ ନ ବାହାରିବାକୁ ଅପିଲ୍

ଭୁବନେଶ୍ୱର(କେନ୍ୟୁଜ୍‌) : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସତର୍କ କଲେ ମୁଖ୍ୟ ସଚିବ ପ୍ରଦୀପ ଜେନା । ଗତ…

35 seconds ago

ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକରେ ମେଧାବୀ ଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ଶିକ୍ଷୟତ୍ରୀ

ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…

27 mins ago

ରାଜ୍ୟରେ ଅସ୍ୱାଭାବିକ ମୃତ୍ୟର କାରଣ ପାଇଁ ପୋଷ୍ଟମୋର୍ଟମ ରିପୋର୍ଟକୁ ଅପେକ୍ଷା କରିବାକୁ ପଡ଼ିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (କେନ୍ୟୁଜ୍‌): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…

52 mins ago

କାକଟପୁରରେ ଭୋଟ ଦେଲେ ୧୧୧ବର୍ଷର ବୃଦ୍ଧ, ଭାବପ୍ରବଣ ହୋଇ କାନ୍ଦିପକାଇଲେ

କାକଟପୁର(କେନ୍ୟୁଜ୍‌): ଆଜି ଶେଷ ପର୍ଯ୍ୟାୟରେ କାକଟପୁର ନିର୍ବାଚନ ମଣ୍ଡଳୀରେ ୨୮୦ଟି ବୁଥରେ ଭୋଟ ଗ୍ରହଣ କାର୍ଯ୍ୟ ଚାଲୁରହିଛି । ଏହି…

1 hour ago

ଅତି ଆଡ଼ମ୍ବର ସହକାରେ ପାଳିତ ହେଉଛି ପାରମ୍ପାରିକ ଠାକୁରାଣୀ ଯାତ୍ରା, ଜମୁଛି ଶ୍ରଦ୍ଧାଳୁଙ୍କ ଗହଳି

ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…

1 hour ago

ବାଇକରେ ଟଙ୍କା ଭତ୍ତି ବ୍ୟାଗ୍‌ ରଖି ଆଖୁ ରସ ପିଉଥିଲେ, କିନ୍ତୁ ପିଇସାରି ମୁହଁ ବୁଲାଇବାବେଳକୁ ଟଙ୍କା ଗାୟବ

ଗଞ୍ଜାମ (କେନ୍ୟୁଜ) : ଆଖୁ ରସ ପିଉଥିଲେ ଏପଟେ ଲୁଟିନେଇ ଚାଲିଗଲେ । ହଁ ଆଜ୍ଞା ଆଖୁ ରସ ପିଉଥିବା…

1 hour ago