ଆଜି ଅପରାହ୍ନରେ ବସିବ ଛତିଶା ନିଯୋଗ ବୈଠକ

ପୁରୀ(): ଆଜି ଅପରାହ୍ନରେ ବସିବ ଛତିଶା ନିଯୋଗ ବୈଠକ। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ।

ଏଥିରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ସହ ସେବାୟତ ପ୍ରତିନିଧି ମାନେ ଯୋଗ ଦେବେ । ଚନ୍ଦନ ଯାତ୍ରା, ଅକ୍ଷୟ ତୃତୀୟା ସହ ରୋଷଘର ଚୁଲି ଭଙ୍ଗା ଘଟଣା ଉପରେ ଆଲୋଚନା ହେବ ବୋଲି ଜଣାପଡିଛି। ତେବେ ଏହା ପୂର୍ବରୁ ଦିନ ୩ଟା ବେଳେ ନୀତି ସବକମିଟି ବୈଠକ ବସି ଚନ୍ଦନଯାତ୍ରା ଓ ଅକ୍ଷୟ ତୃତୀୟା ନୀତି ର୍ନିଘଣ୍ଟ ପ୍ରସ୍ତୁତ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.