ରାଜ୍ୟ

ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତି: ଆଜି ମହାପ୍ରଭୁଙ୍କ ସବୁ ନୀତିକାନ୍ତି ସହ ବାହାରିବ ଆଡ଼ପ ଅବଢ଼ା

ପୁରୀ: ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି । ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରେ ପହଞ୍ଚିଛନ୍ତି। ରତ୍ନବେଦି ଛାଡ଼ି ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାପ୍ରଭୁ ଜନ୍ମବେଦି ତଥା ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି। ଗତକାଲି ଠାରୁ ଶରଧାବାଲିରେ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାପତି ଓ ଅନ୍ୟ ସେବାୟତମାନେ ଗୋଟି ପହଣ୍ଡିରେ ଜନ୍ମବେଦିକୁ ନେଇଛନ୍ତି।

ରଥାରୁଢ଼ ଶ୍ରୀବିଗ୍ରହଙ୍କ ସକାଳୁ ମଙ୍ଗଳ ଆଳତି, ମଇଲମ , ଅବକାଶ, ଗୋପାଳବଲ୍ଲଭ, ସକାଳ ଧୂପ, ଦ୍ୱିପ୍ରହର ଧୂପ କରାଯାଇଥିଲା । ସଂଧ୍ୟା ଧୂପ ପରେ ରଥର ଘୋଡ଼ା ଖୋଲାଯାଇ ଚାରମାଳ ବନ୍ଧା ଯିବା ପରେ ଆରମ୍ଭ ହୋଇଥିଲା ପହଣ୍ଡି । ଆଡ଼ପ ମଣ୍ଡପ ପହଣ୍ଡି ପାଇଁ ଗୁଣ୍ଡିଚା ମନ୍ଦିର ଚାରି ପାଖରେ କର୍ଫ୍ୟୁ ସହ ସଟଡାଉନ ବଳବତ୍ତର ରହିଥିଲା । ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ସବୁ ନୀତିକାନ୍ତି ସହ ବାହାରିବ ଆଡ଼ପ ଅବଢ଼ା । ଆଡ଼ପ ଅବଢ଼ା ଯୋଗାଇବା ପାଇଁ ସୁଆର-ମହାସୁଆର ନିଯୋଗ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

ସେପଟେ କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ପାଇଁ ଏଥର ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପ ଦର୍ଶନ ବନ୍ଦ କରାଯାଇଛି । ଗୁଣ୍ଡିଚା ମନ୍ଦିର ନିକଟରେ ଏବେ ତିନି ରଥ ଚାରିପଟେ ବ୍ୟାରିକେଡ ସହ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Sonalisa

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

49 seconds ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

10 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

22 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

29 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

31 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

49 mins ago