ସହିଦ୍ ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ, ୨୫ଲକ୍ଷ ଟଙ୍କାର ସହାୟତା ରାଶି

ସହିଦ୍ ଓଡ଼ିଆ ଯବାନ ଅଜିତ ସାହୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଟ୍ଵିଟ୍ ଯୋଗେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଦେଶ ପ୍ରତି ସହିଦ୍ ଯବାନଙ୍କ ବଳିଦାନକୁ ସାଲ୍ୟୁଟ କରିବା ସହ ଆତଙ୍କବାଦୀଙ୍କ କାର୍ଯ୍ୟକଳାପକୁ କଠୋର ଶବ୍ଦରେ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ। ସହିଦ ଅଜିତ ସାହୁ ଦେଶର ସୁରକ୍ଷା ଓ ଏକତା ପାଇଁ ଚରମ ତ୍ୟାଗ ଓ ବଳିଦାନ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.