ଆଜି ପୁରୀ ବଡଦାଣ୍ଡସ୍ଥିତ ନୀଳାଦ୍ରି ନିବାସରେ ବସିବ ଛତିଶା ନିଯୋଗ ବୈଠକ

ପୁରୀ(କେନ୍ଯୁଜ୍): ଆଜି ବସୁଛି ଛତିଶା ନିଯୋଗ ବୈଠକ । ପୁରୀ ବଡଦାଣ୍ଡସ୍ଥିତ ନୀଳାଦ୍ରି ନିବାସରେ ବସିବ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ବୈଠକରେ ଜିଲ୍ଲାପାଳ, ଏସପି, ଛତିଶା ନିଯୋଗର ସେବାୟତ ପ୍ରତିନିଧି ଉପସ୍ଥିତ ରହିବେ । ବୈଠକରେ ଦଶହରା ଓ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ଉପରେ ଆଲୋଚନା କରାଯିବ । ୨୦୨୧-୨୨ ଆର୍ଥିକ ବର୍ଷର ଶ୍ରୀମନ୍ଦିର ସଂଶୋଧିତ ବଜେଟ୍‌ ପ୍ରସ୍ତାବ ଗୁଡିକୁ ମଧ୍ୟ ଶ୍ରୀମନ୍ଦିର ଫାଇନାନ୍ସ ସବକମିଟିରେ ଆଲୋଚନା ହେବ । ଗହଳି ନିୟନ୍ତ୍ରଣ ମୁଖ୍ୟ ଚ୍ୟାଲେଞ୍ଜ ରହିବ ।

ସୂଚନା ଥାଉକି, ପାର୍ବଣରେ ଭିଡ଼ ରୋକିବା ପାଇଁ ଟ୍ବିନ୍  ସିଟିରେ ମଧ୍ଯ କଡ଼ା ସୁରକ୍ଷା ଗ୍ରହଣ କରାଯାଇଛି । ପୂଜାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବା ପାଇଁ ଆଜିଠୁ କଟକ, ଭୁବନେଶ୍ୱରରେ ରାତି ଆଠଟାରୁ ଲାଗୁ ହେବ ନାଇଟ କର୍ଫ୍ୟୁ । ରାତି ୮ଟାରୁ ସକାଳ ୫ଟା ଯାଏ ଜାରି ହେବ ନାଇଟ କର୍ଫ୍ୟୁ। କଟକରେ ମୁତୟନ ହେବେ ୩୨ ପ୍ଲାଟୁନ ଫୋର୍ସ ।

୨୦ ଚେକ୍‌ ପୋଷ୍ଟ ସହ ଶହେ ପୋଲିସ ଅଧିକାରୀ ଓ ୧୫୦ରୁ ଅଧିକ ହୋମଗାର୍ଡଙ୍କୁ ନିୟୋଜିତ କରାଯାଇଛି। ମଦୁଆଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ସ୍କାର୍ଡ ପ୍ରସ୍ତୁତ କରାଯାଇଛି। ପୂଜାରେ ବିଶୃଙ୍ଖଳା ସୃଷ୍ଟିକାରୀଙ୍କ ପ୍ରତି କଠୋର ପଦକ୍ଷେପ ନିଆଯିବ ବୋଲି ପୋଲିସ କମିଶନର ଚେତାବନୀ ଦେଇଛନ୍ତି। ପୂଜା ଆରମ୍ଭ ପୂର୍ବରୁ ୪୧ଜଣ ଗିରଫ ହେଲେଣି। ଆଉ ୨୦୩ ଜଣଙ୍କୁ ଧରିବା ପାଇଁ ତାଲିକା ପ୍ରସ୍ତୁତ ହୋଇଛି।

ନାଇଟ୍‌ କର୍ଫ୍ୟୁକୁ କ଼ଡାକଡି ପାଳନ କରିବା ପାଇଁ ରାତିରେ ସ୍ପେଶାଲ୍‌ ସ୍କ୍ଵାର୍ଡ ନିୟୋଜିତ କରାଯିବା ସହ ସାଦା ପୋଷାକ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଛି। କୋଭିଡ କଟକଣାରେ ଚଳିତବର୍ଷ ଦୁର୍ଗାପୂଜା ପାଳନ କରାଯାଉଛି। ଗତ ଥର ପରି ଏଥରର ବି କରୋନା କଟକଣା ଯୋଗୁଁ ଲୋକଙ୍କ ମଧ୍ୟରେ ସେଭଳି ଉତ୍ସାହ ଦେଖିବାକୁ ମିଳିନି। ଏହାବାଦ ପୂଜା ସମୟରେ ସଂକ୍ରମଣ ଉପର ମୁହାଁ ହେବା ଆଶଙ୍କା କରି ଦୈତ୍ୟ ନଗରୀ କଟକ ଓ ଭୁବନେଶ୍ୱରରେ ଆଜିଠୁ କଡ଼ାକଡ଼ି ନାଇଟ୍ କର୍ଫ୍ୟୁ ଲାଗୁ ହେବାକୁ ଯାଉଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.