ରାଜ୍ୟ

ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟକୁ ଅନୁମୋଦନ, ସ୍ନାନ ପୂର୍ଣ୍ଣିମା ଦିନ ଭୋର ୪ଟାରୁ ୬ଟା ମଧ୍ୟରେ ପହଣ୍ଡି

ପୁରୀ (କେନ୍ୟୁଜ): ଜୁନ୍ ୧୭ ରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି ଛତିଶା ନିଯୋଗ ।  ଶୃଙ୍ଖଳିତ ନୀତିକାନ୍ତି ସହ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ ।  ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବିଶେଷ ନୀତିକାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳିତ କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି। ସ୍ନାନ ପୂର୍ଣ୍ଣିମା ଦିନ ପହଣ୍ଡି ସମୟ ଭୋର ୪ଟା ରୁ ୬ଟା ରହିଛି ।

ଏହାପରେ ଅନ୍ୟାନ୍ୟ ନୀତି କାନ୍ତି ବଢ଼ିବା ପରେ ଦିନ ୨ଟା ରେ ଛେରା ପହଁରା, ୨ଟା ୪୦ ରେ ହାତୀବେଶ, ୬ଟା ୩୦ ରୁ ୯ଟା ୩୦ ମଧ୍ୟରେ ସାହାଣମେଲା ଦର୍ଶନ ରହିଛି । ପରେ ୧୦ଟା ୩୦ ରୁ ରାତ୍ର ୧ ଟା ମଧ୍ୟରେ ବାହୁଡ଼ା ପହଣ୍ଡି, ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି କରାଯିବା ନେଇ ନୀତି ନିର୍ଘଣ୍ଟରେ ସୂଚନା ଦିଆଯାଇଛି । ତେବେ ଉକ୍ତ ଦିନର ନୀତି ଅନୁଯାୟୀ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ ହୋଇପାରେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଚଳିତ ବର୍ଷ ୧୩ ଦିନ ଅଣସର ପଡ଼ୁଥିବାରୁ ସେବାୟତ ଓ ପ୍ରଶାସନ ପାଇଁ ଏହା ଏକ ବଡ଼ ଚାଲେଞ୍ଜ ହେବ । ସ୍ନାନ ଯାତ୍ରାରେ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସେନେଇ ସମସ୍ତ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।  ଆସନ୍ତା ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ସେବାୟତ ପ୍ରତିଶ୍ରୁତି ଦେଇଛନ୍ତି ।  ଶୁକ୍ରବାର ନିଳାଦ୍ରୀ ଭକ୍ତ ନିବାସ ଠାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିଥିବା ବେଳେ ଏଥିରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ, ପରିଚାଳନା କମିଟି ସେବାୟତ ସଦସ୍ୟ ଓ ଛତିଶା ନିଯୋଗର ସେବାୟତ ସଦସ୍ୟ ମାନେ ଉପସ୍ଥିତ ଥିଲେ ।

Barsha

Recent Posts

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

8 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

11 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

18 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

20 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

56 mins ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

1 hour ago