ଅକ୍ଷୟ ତୃତୀୟ ପାଇଁ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ଏପ୍ରିଲ ୨୩ ଅକ୍ଷୟ ତୃତୀୟା ଠାରୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ପ୍ରସ୍ତୁତି ପର୍ବ ଆରମ୍ଭ। ଅକ୍ଷୟତୃତୀୟ ଠାରୁ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏନେଇ ଆଜି ପୁରୀ ନୀଳାଦ୍ରି ଭକ୍ତ ନିବାସରେ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି।

ପୁରୀ (କେନ୍ୟୁଜ୍) : ଏପ୍ରିଲ ୨୩ ଅକ୍ଷୟ ତୃତୀୟା ଠାରୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ପ୍ରସ୍ତୁତି ପର୍ବ ଆରମ୍ଭ। ଅକ୍ଷୟତୃତୀୟ ଠାରୁ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏନେଇ ଆଜି ପୁରୀ ନୀଳାଦ୍ରି ଭକ୍ତ ନିବାସରେ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୀତି ସବ୍‌କମିଟି ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ଭକ୍ତ କିଭଳି ସୁରୁଖୁରୁରେ ଦର୍ଶନ କରିପାରିବେ ସେ ନେଇ ଆଲୋଚନା ହୋଇଥିଲା।

ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟାରେ ଦ୍ୱାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩.୩୦ରେ ବିମାନକୁ ଦିଅଁ ବିଜେ ଓ ଅପରାହ୍ନ ୪ଟାରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ। ରାତି ୧୦ଟାରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବେ। ଛତିଶା ନିଯୋଗ ବୈଠକ ପରେ ଚଳିତ ବର୍ଷ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.