ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଗସ୍ତ ନେଇ ବସିଲା ଛତିଶା ନିଯୋଗ ବୈଠକ, କୋଭିଡ୍‌ କଟକଣା ମଧ୍ୟରେ ହେବ ସମସ୍ତ କାର୍ଯ୍ୟ

ପୁରୀ(କେ.ନ୍ୟୁଜ): ୨୨ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ମଧ୍ୟରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତି ମଧ୍ୟାହ୍ନ ୧୨ଟାରୁ ଅପରାହ୍‌ଣ ୧ ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ନେଇ ଆପାତତଃ ସ୍ଥିର କରାଯାଇଛି । ଏହି ସମୟରେ ଶ୍ରୀନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବନ୍ଦ ରଖାଯିବ। ରତ୍ନସିଂହାସନ ନିକଟକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସାଙ୍ଗରେ ଯିବାକୁ ଥିବା ସମସ୍ତ ଅଧିକାରୀ ଓ ସେବାୟତଙ୍କର କୋଭିଡ୍‌ ଟେଷ୍ଟ କରାଯିବ । କୋଭିଡ୍‌ ନେଗେଟିଭ୍‌ ରହିଥିବା ସେବାୟତ ଓ ଅଧିକାରୀ ରାଷ୍ଟ୍ରପତିଙ୍କ ସହ ଯାଇ ଦର୍ଶନ କରିବେ।

ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗର ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଗତ ୨୦୧୮ ମସିହା ମାର୍ଚ୍ଚ ୧୮ ତାରିଖରେ ପ୍ରଥମ ଥର ପାଇଁ ରାଷ୍ଟ୍ରପତି କୋବିନ୍ଦ ଶ୍ରୀମନ୍ଦିରକୁ ଆସିଥିବା ବେଳେ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ଆଜି ଛତିଶା ନିଯୋଗ ବୈଠକରେ ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ଆଲୋଚନାରେ ଭାଗ ନେଇଥିବା ବେଳେ ରାଷ୍ଟ୍ରପତି ଭବନର ସୁପାରିଶ ଆଧାରରେ ତାଙ୍କୁ ରାଷ୍ଟ୍ରପତିଙ୍କ ସହ ଯିବାର ଅନୁମତି ମିଳିବ ବୋଲି ନିଷ୍ପତ୍ତି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.