ବାତ୍ୟା ମୁକାବିଲା ପ୍ରସ୍ତୁତି, ଜିଲ୍ଲାପାଳଙ୍କ ସହ ଆଜି ବୈଠକ କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ସମ୍ଭାବ୍ୟ ବାତ୍ୟା ନେଇ ଜିଲାପାଳଙ୍କ ସହ ଆଜି ବୈଠକ କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ବାତ୍ୟା ଦାନା ପ୍ରଭାବରେ ପୁରୀ, ଗଞ୍ଜାମ ଓ ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ହେବ । ୨୪ ତାରିଖରେ ବାତ୍ୟା ଓଡ଼ିଶା ଛୁଇଁବ କି ନାହଁ ତାହା ଏବେଠାରୁ ଆକଳନ କରାଯାଇ ପାରିବ ନାହିଁ । ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ଏନେଇ ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ।
ବୈଠକରେ ଏସଆରସିଙ୍କ ସମେତ ବିଭିନ୍ନ ବିଭାଗର ସଚିବ ମଧ୍ଯ ଉପସ୍ଥିତ ରହିବେ। ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ଏନେଇ ସତର୍କ କରାଯାଇଛି । ଆଜି ସକାଳେ ସବୁ ଜିଲ୍ଲାପାଳ ନିଜ ଜିଲ୍ଲାର ବାତ୍ୟା ଆଶ୍ରୟସ୍ଥଳର ତଦାରଖ କରିବେ । ଏବେ ଉଦ୍ଧାର କାର୍ଯ୍ୟ ପାଇଁ ଯଥେଷ୍ଟ ଟିମ୍ ଅଛି । ଦୁଇ ସପ୍ତାହ ସମୟ ଥିବା ଗର୍ଭବତୀଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ବାତ୍ୟା ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି । ତେବେ ସାଧାରଣ ଲୋକଙ୍କୁ ଅଯଥାରେ ଭୟଭୀତ ହେବାକୁ ମନା କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।