ରାଜ୍ୟ

ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା

ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା। ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କ ସହ ଭିଡିଓ କନଫରେନ୍ ସିଂ ମାଧ୍ୟମରେ ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସମୀକ୍ଷା ବୈଠକରେ ଜିଲ୍ଲାସ୍ତରରେ ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ସାଧାରଣ ପ୍ରଶାସନ ଓ ପୋଲିସ ପ୍ରଶାସନ କିଭଳି ମିଳିତ ଭାବେ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା କରିବେ ସେ ନେଇ ଆଲୋଚନା ହୋଇଥିଲା।

ମତଦାତାଙ୍କ ସୁବିଧା ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମତଦାତା ମାର୍ଗଦର୍ଶିକା ରାଜ୍ୟର ସମସ୍ତ ପରିବାରକୁ ଯୋଗାଇ ଦିଆଯିବ। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ କରାଯାଉଥିବା ବହୁ ଅଭିନବ ପ୍ରୟାସକୁ କିଭଳି ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରାଯିବ ସେନେଇ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ବାଚନକୁ ସଂପୂର୍ଣ୍ଣ ହିଂସାମୁକ୍ତ କରିବାକୁ ସମସ୍ତ ଜିଲ୍ଲାର ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

Niharanjan

Recent Posts

ଏଥର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିବେ ବଜେଟ ଉପସ୍ଥାପନ

ଭୁବନେଶ୍ୱର :   ଆଜି ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଏହି ସମୀକ୍ଷା ବୈଠକ ହେବ । ଆସନ୍ତା 100 ଦିନ ଭିତରେ…

2 mins ago

ଜାଣନ୍ତୁ, ଭୁବନେଶ୍ୱରରେ ଆଜିର ପେଟ୍ରୋଲ ଦର

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

46 mins ago

ଜାଣନ୍ତୁ କେତେ ରହିଛି ଆଜି ସୁନା ଦର

କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା…

57 mins ago

ବିଦ୍ୟୁତ ଆଘାତରେ ଦନ୍ତା ମୃତ, ଖାଦ୍ୟ ଅନ୍ବେଷଣରେ ଗାଁକୁ ପଶି ଆସିଥିଲା

ସମ୍ବଲପୁର : ବିଦ୍ୟୁତ ଆଘାତରେ ଦନ୍ତା ମୃତ। ସମ୍ବଲପୁର ସଦର ରେଞ୍ଜ ଫରେଷ୍ଟ ଡିଭଜନ ଯୁଯୁମୁରା ରେଞ୍ଜ ବସିଆପଡା ଗାଁରେ…

1 hour ago

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ, ଦୁଇ ଗୁରୁତର

ନୂଆପଡ଼ା(କେନ୍ୟୁଜ): ଭୟଙ୍କର ସଡ଼କ ଦୁର୍ଘଟଣାରେ ଗଲା ୪ ଜୀବନ । ଦୁଇ ଜଣ ଗୁରୁତର ହୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଛନ୍ତି…

2 hours ago

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

10 hours ago