ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା, ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର
ସେହିଦିନ ମାନ୍ୟବର ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍ଙ୍କ ଅଦାଲତଙ୍କ ଆଦେଶମତେ ତାଙ୍କୁ ୧୭ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଦୁର୍ନୀତି ମାମଲାର ତଦନ୍ତ ଜାରି ଥିବାରୁ ଏବଂ ଶ୍ରୀ ରଥ ୪୮ ଘଣ୍ଟାରୁ ଅଧିକ ନ୍ୟାୟିକ କାରାବାସରେ ରହିଥିବାରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ପୂର୍ତ୍ତ ବିଭାଗ ତରଫରୁ ଶ୍ରୀ ରଥଙ୍କ ନିଲମ୍ବନ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ଅନ୍ୟପକ୍ଷରେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଯନ୍ତ୍ରୀମୁଖ୍ୟ (ସିଭିଲ୍), ଭୁବନେଶ୍ୱରଙ୍କ କାର୍ଯ୍ୟାଳୟକୁ ଶ୍ରୀରଥଙ୍କ ସଦର ମହକୁମା ସ୍ଥିର କରାଯାଇଛି । ନିଲମ୍ବନ ଅବଧିରେ ସେ ଯନ୍ତ୍ରୀମୁଖ୍ୟ (ସିଭିଲ୍), ଭୁବନେଶ୍ୱରଙ୍କ ପ୍ରାକ ଅନୁମତି ବିନା ସଦର ମହକୁମା ଛାଡ଼ିପାରିବେ ନାହିଁ ବୋଲି ଆଦେଶରେ ଉଲ୍ଲେଖ ରହିଛି । ଏଠାରେ ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅଧିକ କଡ଼ାକଡ଼ି ଭାବେ ଆପଣେଇଛନ୍ତି । ଦୁର୍ନୀତିରେ ସମ୍ପୃକ୍ତ ବ୍ୟକ୍ତି ଯେତେ ବଡ଼ ଅଧିକାରୀ ହୋଇଥାନ୍ତୁ ପଛେ ତାଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।