ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ, ୨୭୯ ପ୍ରକଳ୍ପ ପାଇଁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ(କେନ୍ଯୁଜ୍) : ଢେଙ୍କାନାଳ ହିନ୍ଦୋଳ ବ୍ଳକରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ହିନ୍ଦୋଳ ବ୍ଳକର ୩୫ଟି ପଞ୍ଚାୟତର ୨୭୯ ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୭ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂ ଜରିଆରେ ଅର୍ଥ ମଞ୍ଜୁର କରିଛନ୍ତି । କାର୍ଯ୍ୟକ୍ରମରେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ, ଉପଜିଲ୍ଲାପାଳ, ବିଡ଼ିଓ ପ୍ରମୁଖ ଉପସ୍ଥିତ ଥିଲେ।

 

Leave A Reply

Your email address will not be published.