Below header

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଆଜି ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ। ଆଜିର ଦିନରେ ଚାଷୀ ଭାଇମାନେ ଅକ୍ଷିମୁଠି ଅନୁକୂଳ କରିଥା’ନ୍ତି। ରଥ ନିର୍ମାଣର ଆରମ୍ଭ ବି ଏହି ପବିତ୍ର ଦିନରେ ହୋଇଥାଏ । ଅକ୍ଷୟ ତୃତୀୟା କୃଷକ ସମାଜ ପାଇଁ ଏକ ବଡ ପର୍ବ । ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ।

ଭୁବନେଶ୍ୱର (କେନ୍ୟୁଜ):  ଆଜି ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ ।  ଆଜିର ଦିନରେ ଚାଷୀ ଭାଇମାନେ ଅକ୍ଷିମୁଠି ଅନୁକୂଳ କରିଥା’ନ୍ତି। ରଥ ନିର୍ମାଣର ଆରମ୍ଭ ବି ଏହି ପବିତ୍ର ଦିନରେ ହୋଇଥାଏ ।  ଅକ୍ଷୟ ତୃତୀୟା କୃଷକ ସମାଜ ପାଇଁ ଏକ ବଡ ପର୍ବ ।

ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ।  ନିଜ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ସେ ଏ ନେଇ ପୋଷ୍ଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଦେଶର ସମସ୍ତ ପରିବାର ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।  ପ୍ରଧାନମନ୍ତ୍ରୀ ମୋଦି ଆହୁରି ଲେଖିଛନ୍ତି ଯେ, ପରୋପକାର ପାଇଁ ପ୍ରେରଣା ଯୋଗାଉଛି ଏହି ପର୍ବ ।  ସମସ୍ତଙ୍କ ଜୀବନରେ ନୂଆ ଶକ୍ତି ଓ ଉତ୍ସାହ ଆଣିଦେଉ,ଏହା ହିଁ କାମନା ବୋଲି ସେ କହିଛନ୍ତି ।

 

 

ସେହିପରି ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ‘ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ । ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।’

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.