ସୋନପୁର ବଡ଼ବାହାଲୀ ଛକ ନିକଟରେ ସଡ଼କ ଦୁର୍ଘଟଣା: ମୃତକମାନଙ୍କ ପାଇଁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.