ରାଜ୍ୟ

ରାଜ୍ୟର ଶିକ୍ଷିତ ଯୁବକ ଓ ଯୁବତୀଙ୍କ ପାଇଁ ବଡ଼ ନିଯୁକ୍ତି ସୁଯୋଗ, ୭୫୪୦ ଶିକ୍ଷକ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟର ଶିକ୍ଷିତ ଯୁବକ ଓ ଯୁବତୀଙ୍କ ପାଇଁ ବଡ ନିଯୁକ୍ତି ସୁଯୋଗ । ସରକାରୀ ହାଇସ୍କୁଲରେ ୭ ହଜାର ୫୪୦ ଶିକ୍ଷକ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ ଅନୁମୋଦନ ଦେଇଛନ୍ତି । ଖୁବଶୀଘ୍ର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ଏହା ଫଳରେ ନିଯୁକ୍ତି ସୁଯୋଗ ମିଳିବା ସହ ସ୍କୁଲ ଶିକ୍ଷା ରୂପାନ୍ତରଣରେ ସହାୟକ ହେବ। ଏନେଇ 5T ସିଚବ ଭିକେ ପାଣ୍ଡିଆନ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ।

ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।

ପ୍ରକାଶ ଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି। ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

22 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago