Below header

ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୨୫ କୋଟି

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱର ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ଵିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ଵର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଧନ୍ୟବାଦ ଦେବା ସହ କୃତଜ୍ଞତା ଜଣାଇଛନ୍ତି । ରାଜଧାନୀର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବେ ପରିଣତ ହେବ । ପର୍ଯ୍ୟଟନର ବିକାଶ ହେବା ସହ ସ୍ଥାନୀୟ ଅଞ୍ଚଳର ବିକାଶରେ ସହାୟକ ହେବ ବୋଲି କହିଛନ୍ତି ଡ. ସାମନ୍ତ ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.