ମା’ ତାରାତାରିଣୀଙ୍କ ପୀଠରେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ଶୁଭ ଉଦ୍‌ଘାଟନ

ଗଞ୍ଜାମ(କେନ୍ୟୁଜ୍‌): ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ। ପୀଠରେ ପହଞ୍ଚିବା ପରେ ହାତ ଯୋଡି ମାଆଙ୍କୁ ପ୍ରଣାମ କରି ଦର୍ଶନ କରିଛନ୍ତି ।

tarini

ନୂଆ ରୂପରେ ସଜେଇ ହୋଇଛି ମାଆଙ୍କ ପୀଠ। ସ୍ନାନ ମଣ୍ଡପ, ଦୀପ ଘର ଓ ପ୍ରଶାସନିକ ଭବନର ଉଦ୍‌ଘାଟନ କରିଛନ୍ତି। ମହାଯଜ୍ଞର ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେଉଛି ରତ୍ନଗିରି ପର୍ବତ। ମାଆଙ୍କ ଦର୍ଶନ ପରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ କରିଛନ୍ତି। ଏହା ପରେ ମନ୍ଦିର ପାଦ ଦେଶରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଛନ୍ତି।

tarini

ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ୍‌ ଟି ସଚିବ ଭି. କେ. ପାଣ୍ଡିଆନ୍‌ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ୧୧୭ କୋଟିରୁ ଅଧିକ ଟଙ୍କା ବ୍ୟୟରେ ମନ୍ଦିରର ଉନ୍ନତିକରଣ କରାଯାଇଛି। ମେ ୧୫ରୁ ଆରମ୍ଭ ହୋଇଛି ମାଆ ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ଉତ୍ସବ। ଉତ୍ସବରେ ବିଭିନ୍ନ ସ୍ଥାନରୁ ବ୍ରାହ୍ଣଣ ଓ ସାଧୁସନ୍ଥଙ୍କ ସମାଗମ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.