ଭୁବନେଶ୍ବର(କେନ୍ୟୁଜ୍): ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।
— Naveen Patnaik (@Naveen_Odisha) October 3, 2022
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଟ୍ଵିଟ୍ କରି ସେ ଲେଖିଛନ୍ତି, ସାମାଜିକ ଓ ରାଜନୈତିକ ଜୀବନରେ ସେ କରିଥିବା ଉଲ୍ଲେଖନୀୟ କାର୍ଯ୍ୟଗୁଡ଼ିକ ସବୁଦିନ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।