ରାଜ୍ୟବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ମହାନ ସଂଗ୍ରାମୀ ଏବଂ ଯବାନଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଏହି ପବିତ୍ର ଦିନରେ ବିକଶିତ ଭାରତ, ବିକଶିତ ଓଡ଼ିଶା ନିର୍ମାଣ ପାଇଁ ସମସ୍ତେ ଶପଥ ନେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ସାଧାରଣତନ୍ତ୍ର ଦିବସ ପାଇଁ ରାଜ୍ୟବ୍ୟାପି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସବୁ ପୋଲିସ ଅଧୀକ୍ଷକଙ୍କୁ ଆଲର୍ଟ କରାଯାଇଛି। ଏଥିସହ ଆଖପାଖ ଅଂଚଳ ସିସିଟିଭି ନିୟନ୍ତ୍ରଣରେ ରହିଛି। ନକ୍ସଲ ଅଧ୍ୟୁଷିତ ଅଞ୍ଚଳରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି ବୋଲି ଆଇନ ଶୃଙ୍ଖଳା ଏଡିଜି ସୂଚନା ଦେଇଛନ୍ତି। ତେବେ ଚଳିତ ଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ଼ର ନେତୃତ୍ୱ ନେଇଛନ୍ତି ଯୁବ ଆଇପିଏସ୍ ଭୋସଲେ ଶୁଭମ ସଞ୍ଜୟ। ସେ ଏବେ ସମ୍ବଲପୁର ଅତିରିକ୍ତ ଏସ୍ପି ଭାବେ କାର୍ଯ୍ୟ ତୁଲାଉଛନ୍ତି । ଏଥର ପରେଡ଼୍ରେ ସିଆରପିଏଫ୍, ୧୨୦ ବାଟାଲିୟନ, ଆଇଟିବିପି, ଏଏସବିଏନ୍, ଅଗ୍ନିଶମ, ଏସଓଜି ସମେତ ୪୫ଟି ଟ୍ରୁପ୍ ଭାଗ ନେଇଛନ୍ତି । ଚଳିତବର୍ଷ ପରେଡରେ ୫୦ରୁ ଅଧିକ ଟ୍ରୁପ୍ ସାମିଲ ହୋଇଛନ୍ତି । ପରେଡ୍ ଅଞ୍ଚଳରେ ୧୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ସହ ସିସିଟିଭି ଲଗାଯାଇଛି ।
ଆହୁରି ପଢନ୍ତୁ : ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀଠୁ ପଲ୍ଲୀ ସବୁଠି ଚଳଚଞ୍ଚଳ, କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିବେ ରାଷ୍ଟ୍ରପତି