ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ବର୍ଗକୁ ସାନ୍ତ୍ୱନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ବ୍ୟକ୍ତି ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.