Below header

ରାଜ୍ୟରେ ଆଉ ୨୨ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ ଟି ଜିଲ୍ଲାରେ ୨୨ ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ର ଭଞ୍ଜନଗର ଏନଏସି କୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ ଟି ଜିଲ୍ଲାରେ ୨୨ ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିର ର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବର ର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁର ର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି ।

5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । ଗତ ମାସରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ ଏନଏସି ଓ ୫ଟି ନୂଆ ପୌରପରିଷଦ ଗଠନ ବିଷୟ ଘୋଷଣା କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.