Below header

ସଚିବାଳୟରେ ବର୍ଷା ଜନିତ ପରିସ୍ଥିତିର ମୁକାବିଲା ପାଇଁ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବର୍ଷା ଜନିତ ପରିସ୍ଥିତିର ମୁକାବିଲା ପାଇଁ ଆଲୋଚନା କରିଛନ୍ତି। ଆଜି ସଚିବାଳୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଜନିତ ପରିସ୍ଥିତିର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଜି ଓ ଆସନ୍ତାକାଲି ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଛନ୍ତି।

chief minister ପ୍ରବଳ ବର୍ଷାକୁ ଦ୍ରୁଷ୍ଟିରେ ରଖି ସ୍ବାଧୀନତା ଦିବସ ପାଳନ ସ୍ଥଳରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ପରେଡରେ ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି,ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ,ପୋଲିସ ମହାନିର୍ଦ୍ଧେଶକ, ଉନ୍ନୟନ କମିଶନର, ଗ୍ରୁହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ବରିଷ୍ଠ ପୋଲିସ ଅଧିକାରୀମାନେ, ଭୁବନେଶ୍ବର ମହାନଗର ନିଗମ କମିଶନର ଏବଂ ପାଣିପାଗ ନିର୍ଦ୍ଦେଶକ ପମୁଖ ଉପସ୍ଥିତ ଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.