ହବିଷ୍ୟାଳୀ ମା’ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ନେଲେ ଆଶୀର୍ବାଦ

ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି । ପ୍ରାୟ ୩ ହଜାର ହବିଷ୍ୟାଳୀ ମା’ଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳୀ ମା’ ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କରିଥିଲେ ।
ଏସବୁ ପ୍ରଦାନ କରି ଏହା ମୋ ନିଜର ମା’ଙ୍କୁ ଦେବା ପରି ଅନୁଭବ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ହବିଷ୍ୟାଳୀ ମା’ ମାନଙ୍କ ଅସୁବିଧାର ସମାଧାନ ପାଇଁ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମା’ ମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଡାକ୍ତର ବ୍ୟବସ୍ଥା ମଧ୍ୟ କରାଯାଇଛି ।